ଲଘୁଚାପ ନେଇପାରେ ବାତ୍ୟାର ରୂପ : ୨୪ ଘଂଟାରେ ସ୍ପଷ୍ଟ ହେବ ଚିତ୍ର

28

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ଘନିଭୂତ ହେବାରେ ଲାଗିଛି । ଏହା ଗୋପାଳପୁରଠାରୁ ଦକ୍ଷିଣ, ଦକ୍ଷିଣ-ପୂର୍ବ ଦିଗରେ ପ୍ରାୟ ୧୩୧୦ କିଲୋମିଟର ଦୂରରେ ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଇଏମଡିର ଆକଳନ ଅନୁସାରେ ଆଗାମୀ ୨୪ ଘଂଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଡିପ୍ ଡିପ୍ରେସନର ରୂପ ନେବ । ଏବଂ ପରବର୍ତୀ ୨୪ ଘଂଟାରେ ବାତ୍ୟାର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡିଶାରେ ୧୦ରୁ ୧୩ ତାରିଖ ମଧ୍ୟରେ ମଧ୍ୟମ ଧରଣର ବର୍ଷା ହେବା ଅନୁମାନ କରାଯାଉଛି ।