ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ୧୩ ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ସୁଚନା

Advertisment
ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା  । ୧୩ ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ସୁଚନା

କନକବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ଉତ୍ତର ଓ ଉପପୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା। ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା ଥିବା ବେଳେ ୧୩ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସ୍ବତନ୍ତ୍ର ରିଲିଫ୍ କମିଶନର। ଉତ୍ତର ବଙ୍ଗୋପସାଗର ଓ ବାଂଲାଦେଶ ସଂଲଗ୍ନ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଛି। ଏହା କ୍ରମଶଃ ପଶ୍ଚିମ ଓ ଉତ୍ତର ଦିଗକୁ ଗତି କରି ୨ ଦିନ ମଧ୍ୟରେ ଝାଡ଼ଖଣ୍ଡ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଂଚଳରେ ପହଁଚିବ। ପ୍ରଭାବରେ ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଥିବା ବେଳେ ଏସଆରସିଙ୍କ ପକ୍ଷରୁ ୧୩ ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ପ୍ରବଳ ବର୍ଷା ହେବାକୁ ଥିବା ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ତେଣୁ ଏସଆରସିଙ୍କ ପକ୍ଷରୁ ମୟୁରଭଞ୍ଜ, ବାଲେଶ୍ବର, ସୁନ୍ଦରଗଡ଼, ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଜିଲ୍ଲା ସ୍ଥରରେ ସ୍ଥିତି ସମୀକ୍ଷା କରିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ, ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ପ୍ରଶାସନ ଯେକୌଣସି ବିପର୍ଯ୍ୟୟ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କହାଯାଇଛି। ପ୍ରବଳ ବର୍ଷା ଦ୍ବାରା ସହରାଞ୍ଚଳ ଓ ତଳିଆ ଅଂଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇପାରେ। ରାସ୍ତା ଓ ଡ୍ରେନ ବୁଡ଼ିବା ସମ୍ଭାବନା ଥିବାରୁ ପ୍ରଶାସନ ଏଥିପ୍ରତି ସଜାଗ ରହିବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe