ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ । ଆସନ୍ତାକାଲି ସକାଳ ସୁଦ୍ଧା ନେଇପାରେ ଅବପାତର ରୂପ ।

Advertisment
ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ । ଆସନ୍ତାକାଲି ସକାଳ ସୁଦ୍ଧା ନେଇପାରେ ଅବପାତର ରୂପ ।

କନକବ୍ୟୁରୋ : ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର । ଗତକାଲି ତୁଳନାରେ ଆଜି ବଙ୍ଗୋପସାଗର ମଧ୍ୟରେ ସକ୍ରିୟ ଲଘୁଚାପ କ୍ଷେତ୍ର ନିକଟରେ ପବନର ଘୂର୍ଣ୍ଣୟମାନ ବେଗରେ ବୃଦ୍ଧି ହୋଇଛି । ଏହାର ଚାରିପାଖରେ ବାଦଲ ଏକତ୍ରିକରଣ ବୃଦ୍ଧି ପାଉଥିବାରୁ ଏହା ଅଧିକ ଘନୀଭୂତ ହେଉଛି ।

ଆସନ୍ତାକାଲି ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପରବର୍ତୀ ସମୟରେ ଏହା ଉତର-ପୂର୍ବ ଦିଗରେ ଗତି କରି ଆହୁରି ଘନୀଭୂତ ହୋଇପାରେ ।

ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ । ସେପଟେ ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୁଳୁଗୁଳି ସହ ଗ୍ରୀଷ୍ମ ପ୍ରବାହ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe