୬ଟି ଜିଲ୍ଲାରେ ଛେଚିବ! ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲାକୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ।

1,465

କନକ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲାକୁ ଘଡଘଡି ସହ ପ୍ରବଳ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏପରିକି ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ଗଞ୍ଜାମ,ନୟାଗଡ଼, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼ ଓ ଦେଓଗଡ଼ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ସେହିପରି ୨୨ରୁ ୨୩ ତାରିଖ ମଧ୍ୟରେ ବରଗଡ଼, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ, ଦେଓଗଡ଼, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ନୟାଗଡ଼ ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ ବଜ୍ରପାତ ଜନିତ ବର୍ଷା ଆଶଙ୍କା ରହିଛି । ୨୪ରୁ ୨୫ ତାରିଖ ପର‌୍ୟ୍ୟରନ୍ତ କୋରାପୁଟ, ଗଜପତି, ରାୟଗଡ଼ା, ନବରଙ୍ଗପୁର ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, ଦେଓଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ଆଶଙ୍କା ରହିଛି।