ତାତିରୁ ମିଳିଲା ତ୍ରାହି । ରାଜଧାନୀ ସମେତ ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ୨୬ ତାରିଖରୁ ବଢିବ ବର୍ଷାର ପରିମାଣ

313

କନକ ବ୍ୟୁରୋ : ସାରା ରାଜ୍ୟକୁ ଛୁଇଁଲା ମୌସୁମୀ । ଭୁବନେଶ୍ୱର ସମେତ ସାରା ଓଡ଼ିଶାରେ ମୌସୁମୀ ସକ୍ରିୟ ନେଇ ସୂଚନା ଦେଇଛି ଆଂଚଳିକ ପାଣିପାଗ କେନ୍ଦ୍ର । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ସେପଟେ ୨୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ଆଳକନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ପାଇଁ ଆଲର୍ଟ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ସେହିପରି ୨୭ ତାରିଖରେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଏପଟେ ଉପକୂଳ, ଉତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ସୂଚନା ଦେଇଛି ଆଂଚଳିକ ପାଣିପାଗ କେନ୍ଦ୍ର ।