କନକ ବ୍ୟୁରୋ: ରାଜ୍ୟର ୯ଟି ଜିଲ୍ଲାକୁ ବଜ୍ରପାତ ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାତି ୮ଟା ମଧ୍ୟରେ ରାଜ୍ୟର ୯ ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ କଳାହାଣ୍ଡି ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।
ସେହିପରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମୁତାବକ ଓଡ଼ିଶାର କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇପାରେ । ତେଣୁ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । କିନ୍ତୁ ଗତକାଲି ଭଳି ଆଜି ମଧ୍ୟ ରାଜ୍ୟର ୯ଟି ସ୍ଥାନରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/05/kkkk_00000-1024x576.png)