କନକ ବ୍ୟୁରୋ: ପୁଣି ଲେଉଟିବ କାଳବୈଶାଖୀ ବର୍ଷା। ଆସନ୍ତା ୪ ଓ ୫ ତାରିଖରେ ଉତ୍ତର ଓଡ଼ିଶା ସମେତ ଉପକୂଳ ଓ କେନ୍ଦ୍ରୀୟ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ। କେତେକ ସ୍ଥାନରେ ବଜ୍ରପାତର ବି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ଅପରାହ୍ଣଠାରୁ ପୁଣିଥରେ ପାଗ ବିଗିଡ଼ିବ।
Source:The Indian Expressଅନୁଗୁଳ, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ଆଶଙ୍କା ରହିଛି। ଏହାପରେ ଉତ୍ତର, ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ୬ ତାରିଖ ପର୍ୟ୍ୟନ୍ତ ଲାଗିରହିବ। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲକା ବର୍ଷା ହୋଇଛି। ତେଣୁ ସବୁଠି ରାତିର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇଛି। ଅଧିକାଂଶ ଜିଲ୍ଲାରେ ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରି ତଳକୁ ଖସି ଆସିଥିବା ଦେଖିବାକୁ ମିଳିଛି। ଏପରିକି ଭୁବନେଶ୍ବର ତାପମାତ୍ରା ୨୯.୭ ଡିଗ୍ରିକୁ ଖସିଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/03/maxresdefault-3.jpg)