ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା । ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

5,825

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୪ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଝାରସୁଗୁଡା,ବରଗଡ଼, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି  ରହିଛି ।

ଏଥିସହିତ ୧୧ଟି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି । ଝାରସୁଗୁଡା, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼, କଟକ, ବାଲେଶ୍ୱର ଓ ଭଦ୍ରକ ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରଯାଇଛି । ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ସେପ୍ଟେମ୍ବର ୩୦ରୁ ୩ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ । ଏହାପରେ ୨ରୁ୩ ତାରିଖ ମଧ୍ୟରେ ବରଗଡ଼, ଝାରସୁଗୁଡା, ବଲାଙ୍ଗୀର, ସୋନପୁର, ଢ଼େଙ୍କାନାଳ, ଅନୁଗୁଳ ଓ କେନ୍ଦୁଝର ଆଦି ଜିଲ୍ଲାକୁ ବଜ୍ରପାତ ଆଶଙ୍କା ରହିଥିବାରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏବଂ ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ବଜ୍ରପାତ ସମୟରେ ସତର୍କ ରହିବାକୁ କୁହାଯାଇଛି।