ପ୍ରବଳ ତାତି ଭିତରେ ଆଶ୍ୱସ୍ତିର ଖବର । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ।

Advertisment
ପ୍ରବଳ ତାତି ଭିତରେ ଆଶ୍ୱସ୍ତିର ଖବର । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ।

କନକ ବ୍ୟୁରୋ : ରାଜ୍ୟରେ ଏଯାବତ ସର୍ବାଧିକ ତାପମାତ୍ରା ୪୧.୦ଡିଗ୍ରି ସେଲସିୟସ ବୌଦ୍ଧରେ ଥିବା ବେଳେ ସର୍ବନିମ୍ନ ୨୧.୫ଡିଗ୍ରି ସେଲସିୟସ ତାପମାତ୍ରା ଫୁଲବାଣୀରେ ରହିଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛନ୍ତି ।

ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଆଦି ରହିଛି । ବାକି ଥିବା ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।

ସେହିପରି ଆସନ୍ତା ୧୯ରୁ ୨୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ । ୨୦ରୁ ୨୩ ତାରିଖ ମଧ୍ୟରେ ରାଜ୍ୟରେ ଅନେକ ଜିଲ୍ଲାରେ ବର୍ଷା ଓ କାଳବୈଶାଖୀ ସମ୍ଭାବନା ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe