କନକ ବ୍ୟୁରୋ : ଆଗାମୀ ୫ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ ଆଦି ଜିଲ୍ଲାରେ ବର୍ଷା ହେବା ସହିତ ଅନ୍ୟ ସବୁ ସ୍ଥାନରେ ପାଖ ମୁଖ୍ୟତଃ ଶୁଖିଲା ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ।
ସେହିପରି ଆସନ୍ତା ୨୪ ତାରିଖରେ ଉତ୍ତର ଉପକୂଳ ଓଡ଼ିଶା ସମେତ ମୟୁରଭଞ୍ଜ, କେନ୍ଦୁଝର, ଖୋର୍ଧା, ପୁରୀ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼ ଆଦି ଜିଲ୍ଲାରେ ବି ବର୍ଷା ସମ୍ଭାବନା ରହିଛି । ଏଥିସହିତ ବାଲେଶ୍ବର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ ଓ ଢ଼େଙ୍କାନାଳ ଆଦି ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି । ଏତଦ ବ୍ୟତୀତ ଆସନ୍ତା ୨୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ଓ ରେଡ ୱାର୍ଣ୍ଣିଂ ବି ଜାରି କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/05/rain-hand-umbrella-1296x728-header.jpg)