ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହ ବର୍ଷା ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

485

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହିତ ବର୍ଷା ସମ୍ଭାବନା ରହିଛି । କାଳ‌ବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, ନୟାଗଡ଼, ଖୋର୍ଧା, ବାଲେଶ୍ବର, ଯାଜପୁର, ଭଦ୍ରକ ଓ ନବରଙ୍ଗପୁର ଆଦି  ରହିଛି । କାଳବୈଶାଖୀ ସମୟରେ ୩୦ରୁ ୪୦କିମି ବେଗରେ ପବନ ହେବାର ବି ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାାଗ କେନ୍ଦ୍ର ୟେ‌ଲୋ ୱା‌ର୍ଣ୍ଣିଂ ଜାରି କରିଛି ।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବାକି ଥିବା ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।

ଏଥିସହିତ ଆଗାମୀ ମଇ ୩୧ରୁ ଜୁନ ୪ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହିତ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାର ବାସିନ୍ଦାକୁ ପାଣିପାଗ କେନ୍ଦ୍ର ସତର୍କ କରି ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବି ହୋଇପାରେ । ଦେଖବାକୁ ଗଲେ ବର୍ତ୍ତମାନ ସୁଦ୍ଧା ଭବାନିପାଟଣା‌ରେ ସର୍ବାଧିକ ତାପମାତ୍ରା ୪୩ଡିଗ୍ରି ଥିବା ବେଳେ ସୁନ୍ଦରଗଡ଼ରେ ୨୩ଡିଗ୍ରି ତାପମାତ୍ରା ରହିଛି ।