ଆସନ୍ତା ୨ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

1,410

କନକ ବ୍ୟୁରୋ : ଆସନ୍ତା ୨ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କନ୍ଧମାଳ, ଗଞ୍ଜାମ, ଗଜପତି ଓ ବୌଦ୍ଧରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼, ସମ୍ବଲପୁର ଓ ଅନୁଗୁଳର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି ।

ଏତଦ ବ୍ୟତୀତ ଜୁନ ୩ରୁ ୪ ତାରିଖ ମଧ୍ୟରେ ନବରଙ୍ଗପୁର, କୋରାପୁଟ ଓ କନ୍ଧମାଳରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଦିନ କାଳବୈଶାଖୀ ଆଶଙ୍କା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କୋରାପୁଟ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।