ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ଆଶଙ୍କା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

1,179

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ମିଳିଛି । ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏତଦ ବ୍ୟତୀତ ଜୁନ ୪ରୁ ୫ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ ଓ ମାଲକାନଗିରି ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକୁ ବି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାପରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୩୯.୦ଡିଗ୍ରି ସେଲସିୟସ ସର୍ବାଧିକ  ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୯.୦ଡିଗ୍ରି ତାପମାତ୍ରା ରହିଛି ।