ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ବର୍ଷା ସହ ବଜ୍ରପାତ ଆଶଙ୍କା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

1,731

କନକ ବ୍ୟୁରୋ : ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ଟିଟିଲାଗଡ଼ରେ ୪୧.୨ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୯.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି ।

ସେହିପରି ଜୁନ ୭ରୁ ୮ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏତଦ ବ୍ୟତୀତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବାଲେଶ୍ବର ଆଦି ଜିଲ୍ଲାକୁ ‌ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।