ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

490

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟର ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ରହିଛି । ଉକ୍ତ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏଥିସହିତ ୨୭ରୁ ୨୮ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୮ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ସାମାନ୍ୟ ବର୍ଷା ସମ୍ଭାବନା ଥିବା ବେଳେ ୩୦ରୁ ଜୁଲାଇ ୧ ତାରିଖ ମଧ୍ୟରେ ଅନେକ ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି । ଏତଦ ବ୍ୟତୀତ ୧ରୁ ୨ ତାରିଖ ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ।