ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

326

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ତେବେ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଧା, କେନ୍ଦୁଝର, ମୟୁରଭଞ୍ଜ ଓ ରାୟଗଡ଼ା ଆଦି ରହିଛି ।

ସେହିପରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ମୟୁରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ । ଏଯାବତ ରାଜ୍ୟର ସୁବର୍ଣ୍ଣପୁର ଜିଲ୍ଲାରେ ସର୍ବାଧିକ ୩୭.୩ଡିଗ୍ରି ସେଲସିୟସ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୯.୦ଡିଗ୍ରି ସେଲସିୟସ ତାପମାତ୍ରା ରହିଛି ।

ଏଥିସହିତ ୩୦ରୁ ଜୁଲାଇ ୧ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର,ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ୧ରୁ ୨ ତାରିଖ ମଧ୍ୟରେ ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କଟକ, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେତୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।