ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

394

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ପ୍ରକାଶ । କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ରାୟଗଡ଼ା ଆଦି ରହିଛି । ଏହିସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଧା, କଟକ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ସେହିପରି ଜୁଲାଇ ୧ରୁ ୨ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ଢ଼େଙ୍କାନାଳ, ଅନୁଗୁଳ ଓ କଟକ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ କାଳବୈଶା୍ଖୀ ସମ୍ଭାବନା ରହିଛି ।