ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

Advertisment
ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା । ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନୟାଗଡ଼, କଟକ ଓ କନ୍ଧମାଳ ଆଦି ରହିଛି । ଉକ୍ତ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼ର, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, ବୌଦ୍ଧ ଓ ଅନୁଗୁଳ ଆଦି ରହିଛି । ଏସବୁ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଯାବତ ବୌଦ୍ଧରେ ୩୮.୦ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ୨୦.୦ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି । ଏଥିସହିତ ୨ରୁ ୬ ତାରିଖ ମଧ୍ୟରେ ରାଜ୍ୟରେ ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe