ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

290

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଳାର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ନବରଙ୍ଗପୁର । ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଓ ଗଞ୍ଜାମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଳାକୁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଏହି ସମୟରେ ରାଜଧାନୀ ଭୁବନେଶ୍ବରର ଆକାଶ ମେଘୁଆ ରହିବ । ସହରର ତାପମାତ୍ରା ୨୬ ଡିଗ୍ରି ସେଲ୍‌ସିୟସ୍‌ରୁ ୩୫ ଡିଗ୍ରି ସେଲ୍‌ସିୟସ ମଧ୍ୟରେ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।