ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

241

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଆଦି ରହିଛି । ଉକ୍ତ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏଥିସହିତ ୬ରୁ ୭ ତାରିଖ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ବି କାଳବୈଶାଖୀ ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକୁ ବି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୭ରୁ ୧୦ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ । ଏଯାବତ ଭୁବନେଶ୍ବରରେ ସର୍ବାଧିକ ତାପମାତ୍ରା ୩୫.୯ଡିଗ୍ରି ସେଲସିୟସ ଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୮.୦ଡିଗ୍ରି ରହିଛି ।