ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

226

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ରୁ ଅଧିକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ପୁରୀ, ବୌଦ୍ଧ ଓ ନୟାଗଡ଼ ଆଦି ରହିଛି । ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୭ରୁ ୨୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହିତ ୧୦ରୁ ଅଧିକ ଜିଲ୍ଲାରେ ବି କାଳବୈଶାଖୀ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୁରଭଞ୍ଜ, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ବୌଦ୍ଧ ଓ ସୁବର୍ଣ୍ଣପୁର ରହିଛି । କାଳବୈଶାଖୀ ଓ ବର୍ଷା ସମୟରେ ଊକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ଏଥିସହିତ ୨୮ରୁ ୩୧ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏଯାବତ ବାଲେଶ୍ୱରରେ ୩୪.୪ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ୧୯.୫ଡିଗ୍ରି ସେଲସିୟସ ତାପମାତ୍ରା ରହିଛି ।