୧୦ରେ ବଡ଼ ଧରଣର କାଳବୈଶାଖୀ! ଘଣ୍ଟାପ୍ରତି ୪୦ରୁ ୫୦କିମି ବେଗରେ ପବନ ସହ ଘଡ଼ଘଡ଼ି ବର୍ଷା: ଆଜି ୧୦ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ଝଡ଼ବର୍ଷା ସମ୍ଭାବନା

Advertisment
ଓଡ଼ିଶା ଛୁଇଁବ ମୌସୁମୀ : ୧୦ରୁ ୧୪ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ; ୧୭ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

କନକ ବ୍ୟୁରୋ: ରାଜ୍ୟରେ ଧୀରେ ଧୀରେ ବଢ଼ୁଛି ଗ୍ରୀଷ୍ମ ପ୍ରବାହ । ରାଜ୍ୟର ୩ଟି ସହର ତାପମାତ୍ରା ଗତକାଲି ୪୧ ଡିଗ୍ରି ଉପରେ ରହିଥିବା ବେଳେ ଟିଟିଲାଗଡ଼ ତାପମାତ୍ରା ୪୨ଡିଗ୍ରି ପାର ହୋଇଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ସମ୍ଭାବନା ଥିବାରୁ ତାପମାତ୍ରା ଅପରିବର୍ତ୍ତିତ ରହିବ। ଅନ୍ୟପଟେ ୧୦ ତାରିଖରେ ବଡ଼ ଧରଣର କାଳବୈଶାଖୀ ହେବାର ଆଶଙ୍କା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଏହା ଜନିତ କ୍ଷୟକ୍ଷତି ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାଗୁଡ଼ିକୁ ‘ଅରେଞ୍ଜ ୱାର୍ଣ୍ଣିଂ’ ଜାରି କରାଯାଇଛି।

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ହେବ। ଏହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ ଓ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଆଜି ଉପକୂଳ ଓଡ଼ିଶା ସମେତ ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ କନ୍ଧମାଳ ଆଦି ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ୧୦ ତାରିଖ ଦିନ କିନ୍ତୁ ରାଜ୍ୟର ୭ଟି ଜିଲ୍ଲାରେ କାଳବୈଶାଖୀର ବିତ୍ପାତ ଦେଖିବାକୁ ମିଳିବ। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦କିମି ପର୍ଯ୍ୟନ୍ତ ପହଞ୍ଚିବ।

ଏହି ସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ବି ଆଶଙ୍କା ରହିଛି। ଏଥିପାଇଁ କେନ୍ଦ୍ର ପକ୍ଷରୁ ଏହି ୭ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୭ଟି ଜିଲ୍ଲା ବ୍ୟତୀତ ୧୦ ତାରିଖ ଦିନ ଉପକୂଳ ଓଡ଼ିଶା ସହ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ଝଡ଼ବର୍ଷା ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe