ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

465

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେଉଁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ ରାୟଗଡାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ସେହିପରି ମୟୁରଭଞ୍ଜ, ବାଲେଶ୍ଵର, କେଉଁଝର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି ।

ସେହିପରି ୨୭ ତାରିଖ ସକାଳୁ ୨୮ ତାରିଖ ସକାଳ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେଉଁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ମାଲକାନଗିରି ଓ ରାୟଗଡାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ, ଖୋର୍ଦ୍ଧା, ବୌଦ୍ଧ, ଅନୁଗୁଳ, ବଲାଙ୍ଗୀର, କଟକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ ।

ପାଣିପାଗ ବିଭାଗର ସୂଚନା ଅନୁସାରେ ୨୮ ତାରିଖ ସକାଳୁ ୨୯ ତାରିଖ ସକାଳ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ରାୟଗଡା, ବରଗଡ଼ ଓ ସୁନ୍ଦରଗଡର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାମାନଙ୍କ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।