ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

173

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, ରାୟଗଡ଼ା ଓ ନୟାଗଡ଼ ଆଦି ରହିଛି । ଏଥିସହିତ ଓଡ଼ିଶାର କିଛି ସ୍ଥାନରେ ହାଲକା ବର୍ଷା ହେବାର ସମ୍ଭାବନା ବି ରହିଛି ।

ସେହିପରି ସେପ୍ଟେମ୍ବର ୩ରୁ ୪ ତାରିଖ ମଧ୍ୟରେ ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିସହିତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳ‌ବୈଶାଖୀ ସମ୍ଭାବନା ରହିଛି । ଏଯାବତ ସମ୍ବଲପୁରରେ ୩୫.୭ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ୧୮.୦ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି ।