ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । 

285

କନକ ବ୍ୟୁରୋ :ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଦୁଇଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱରର ଓ ମୟୂରଭଞ୍ଜ ରହିଛି । ଏହି ଦୁଇଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ପ୍ରବଳ ବର୍ଷା ହେତୁ ତଳିଆ ଅଞ୍ଚଳରେ ବର୍ଷା ଜଳ ଭରି ଯାଇପାରେ । ସହରାଞ୍ଚଳରେ ପ୍ରବଳ ବର୍ଷା ହେତୁ ଟ୍ରାଫିକ ସମସ୍ୟା ଦେଖା ଦେଇପାରେ । ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବୃଦ୍ଧି ପାଇପାରେ ।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କାଳବୈଶାଖୀ ଓ ବଜ୍ରପାତ ହେବାକୁ ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ଢ଼େଙ୍କାନାଳ ରହିଛି ।