ଆହୁରୀ ୨୪ ଘଂଟା ଛେଚିବ: ଲଘୁଚାପ ପ୍ରଭାବରେ ରାଜ୍ୟର ୩ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା; ୪୦ରୁ ୫୦ କିମି ବେଗରେ ବହିପାରେ ପବନ

3,635

କନକ ବ୍ୟୁରୋ: ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଂଟା ଓଡିଶାରେ ବର୍ଷିବ । ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ନୂଆପଡା, ବଲାଙ୍ଗୀର, କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ବରଗଡ, ନବରଙ୍ଗପୁର, ବୌଦ୍ଧ, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାରେ ବର୍ଷା ହୋଇପାରେ । ଆସନ୍ତାକାଲି ସୁନ୍ଦରଗଡ, ମୟୂରଭଂଜ ଓ କେନ୍ଦୁଝର ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତର-ପଶ୍ଚିମ ବଙ୍ଗୋପସାଗର ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉପକୂଳ ଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଂଟା ଓଡିଶାର ଏକାଧିକ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ବିଶେଷ କରି ନୂଆପଡ଼ା, ବଲାଙ୍ଗୀର ଓ କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ବରଗଡ଼, ନବରଙ୍ଗପୁର, ବୌଦ୍ଧ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୭ ତାରିଖ ଦିନ ମଧ୍ୟ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗରର ଓଡ଼ିଶା ଉପକୂଳରେ ୪୦ରୁ୫୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ଏଣୁ ଏହି ଅଞ୍ଚଳର ଗଭୀର ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି।