କନକ ବ୍ୟୁରୋ: ଗତକାଲି ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ସହ ବର୍ଷା ହୋଇଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିମି ମଧ୍ୟରେ ଥିଲା। ଆଜିଠାରୁ କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ତେବେ ପବନର ବେଗ ଅପେକ୍ଷାକୃତ କମ୍ ରହିବ। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ପୁରୀ, ଗଞ୍ଜାମ, ଗଜପତି ଓ କୋରାପୁଟ ଆଦି ଜିଲ୍ଲାର କିଛି ସ୍ଥାନରେ ଝଡ଼ବର୍ଷା ହେବା ସହ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୩ରୁ ୪ ଡିଗ୍ରି କମିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
କେନ୍ଦ୍ରର ସୂଚନା ଅନୁଯାୟୀ, ୨୩ ତାରିଖ ସକାଳୁ ୨୪ ତାରିଖ ଅପରାହ୍ଣ ପର୍ଯ୍ୟନ୍ତ ଦକ୍ଷିଣ ଉପକୂଳର ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ମାଲକାନଗିରି, କନ୍ଧମାଳ ଆଦି ଜିଲ୍ଲାର କିଛି ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ। ରାଜ୍ୟର ଅନ୍ୟ ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିବ। ୨୫ ତାରିଖରେ ମଧ୍ୟ ପାଗ ଶୁଖିଲା ରହିବ। ଏହି ସମୟରେ ରାଜ୍ୟର ତାପମାତ୍ରା ସ୍ଥିର ଓ ଅପରିବର୍ତ୍ତିତ ରହିବ।
ଗତକାଲି ରାଜଧାନୀରେ ୩୪.୪ ମିମି ବର୍ଷା ହୋଇଥିବା ବେଳେ ମାଲକାନଗିରିରେ ୧୩.୨ ମିମି, ରାୟଗଡ଼ାରେ ୧୦.୪ ମିମି ଓ ପାରଳାଖେମୁଣ୍ଡିରେ ୬.୮ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜଧାନୀରେ ହାଲୁକା ବର୍ଷା ସହ ପବନ ବହିବ। ସର୍ବୋଚ୍ଚ ତାପମାତ୍ରା ୩୪ ଡିଗ୍ରି ଓ ସର୍ବନିମ୍ନ ୧୯ ଡିଗ୍ରି ମଧ୍ୟରେ ରହିବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/03/RAIN.jpg)