ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ : ୧୧ରୁ ଅତିପ୍ରବଳ ବର୍ଷା

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା । ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

କନକ ବ୍ୟୁରୋ : ଆଜି ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ବର୍ତ୍ତମାନ ଏହା ଉତ୍ତର ଆଣ୍ଡାମାନ ସାଗର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବସ୍ଥିତ ରହିଛି। ଏହା ଆଗାମୀ ଦିନରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଏକ ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ଅଧିକ ରହିଛି। ୧୨ ଅକ୍ଟୋବର ସକାଳ ସମୟରେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା, ଉପକୂଳ ଓଡ଼ିଶା, ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଏବଂ ଉତ୍ତର ଉପକୂଳ ଓଡିଶା, ଉତ୍ତର ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୧ ଓ ୧୨ ତାରିଖରେ ଗଜପତି, ରାୟଗଡ଼ା, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, କନ୍ଧମାଳ, ଜଗତସିଂହପୁର, ଖୋର୍ଧା ଓ ନୟାଗଡ଼ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧୨ ଓ ୧୩ ତାରଖରେ ମାଲକାନଗିରି, କୋରାପୁଟ, ରାୟାଗଡା, ଗଜପତି, ଗଞ୍ଜାମ, ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଭଦ୍ରକ, ବାଲେଶ୍ୱର ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe