ଆସନ୍ତା ୩ ଦିନ ଯାଏଁ ସ୍ବାଭାବିକ ରହିବ ତାପମାତ୍ରା । ୫ରୁ ବଢିବ ପାରଦ, କମିବ ଶୀତ । ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ ରାଜ୍ୟର ତାପମାତ୍ରା

Advertisment
ଆସନ୍ତା ୩ ଦିନ ଯାଏଁ ସ୍ବାଭାବିକ ରହିବ ତାପମାତ୍ରା । ୫ରୁ ବଢିବ ପାରଦ, କମିବ ଶୀତ । ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ ରାଜ୍ୟର ତାପମାତ୍ରା

କନକ ବ୍ୟୁରୋ: ରାଜ୍ୟରେ ଏବେ ଶୀତପ୍ରବାହ ଜାରି ରହିଛି। ୪ ତାରିଖ ପର୍ଯ୍ୟନ୍ତ ଏଥିରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ୫ ତାରିଖ(ମଙ୍ଗଳବାର)ରୁ ତାପମାତ୍ରା ବୃଦ୍ଧି ପାଇବ ଓ ଶୀତ ଧୀରେ ଧୀରେ କମିବ। ରାଜ୍ୟର ତାପମାତ୍ରା ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ଘଟିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏପରି ସୂଚନା ଦିଆଯାଇଛି।

କେନ୍ଦ୍ରର ସୂଚନାନୁଯାୟୀ, ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ରହିବ। ଫଳରେ ଏହିଭଳି ଶୀତ ଜାରି ରହିବ। ଏହି ସମୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିବ। ଗତ ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିଛି। ଅନୁଗୁଳ, ଝାରସୁଗୁଡ଼ା, କୋରାପୁଟ, ମାଲକାନଗିରି, ନୟାଗଡ଼ ଓ ବୌଦ୍ଧ ଆଦି ଜିଲ୍ଲାରେ ଆଜି ହାଲ୍କାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି। ଆସନ୍ତାକାଲି ସକାଳେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, କଟକ, ବୌଦ୍ଧ, ଖୋର୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe