ପୁଣି ଲେଉଟିଲା ଶୀତ ! ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଢିବ ଥଣ୍ଡାର ପ୍ରକୋପ । ୧୧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଜ୍ଞାନ କେନ୍ଦ୍ର

Advertisment
ଆଗାମୀ ୩ ଦିନ ପର୍ଯ୍ୟନ୍ତ ବଢିବ ଶୀତ, କଲବଲ କରିବ କୁହୁଡି । 

କନକ ବ୍ୟୁରୋ: ଜାନୁଆରି ସାରା ଲୁଚକାଳି ଖେଳିବା ପରେ ରାଜ୍ୟକୁ ଏବେ ଶୀତ ଲେଉଟିଛି। ଉତ୍ତର-ପଶ୍ଚିମ ଦିଗରୁ କ୍ରମାଗତ ଭାବେ ଥଣ୍ଡା ଓ ଶୁଷ୍କ ପବନ ପ୍ରବାହିତ ହେବା ଫଳରେ ରାଜ୍ୟରେ ଶୀତ ବଢ଼ିଛି। ଆଗକୁ ଆହୁରି ବଢ଼ିବ। ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ସମେତ ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରି ପର୍ଯ୍ୟନ୍ତ ଖସିବାର ସମ୍ଭାବନା ରହିଛି। ସେହିପରି ଆସନ୍ତା ୩ ଦିନ ରାଜ୍ୟରେ ଶୀତ ଲହରି ପ୍ରବାହିତ ହେବ। ଏହାକୁ ଦୃଷ୍ଟି‌ରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୧ ଜିଲ୍ଲା ଯଥା ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।

କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି ଯେ ସର୍ବନିମ୍ନ ରାତ୍ରି ତାପମାତ୍ରା ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବାଭାବିକଠାରୁ ୩ରୁ ୫ଡିଗ୍ରି ପର୍ଯ୍ୟନ୍ତ କମ୍‌ ରହିଥିବା ବେଳେ ଉପକୂଳରେ ୨ରୁ ୪ଡିଗ୍ରି ପର୍ଯ୍ୟନ୍ତ କମ୍‌ ରହିବାର ସମ୍ଭାବନା ରହୁଛି। ଆଗାମୀ ୪ରୁ ୫ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ଶୀତର ପ୍ରକୋପ ରହିବ। ଆଜି ଦ୍ବୈତନଗରୀରେ ହାଲ୍‌କା କୁହୁଡ଼ି ଦେଖିବାକୁ ମିଳିବ। ଗତ ୨୪ ଘଣ୍ଟାରେ ଓଡ଼ିଶାରେ ପାଗ ମୁଖ୍ୟତଃ ଭାବେ ଶୁଖିଲା ରହିଛି। ରାଜ୍ୟର ସର୍ବନିମ୍ନ ରାତ୍ରି ତାପମାତ୍ରା ୭.୮ ଡିଗ୍ରି ଝାରସୁଗୁଡ଼ାଠାରେ ‌ରେକର୍ଡ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe