କନକ ବ୍ୟୁରୋ : ଆସନ୍ତା ଦୁଇ ଦିନ ଧରି ରାଜ୍ୟରେ ଶୀତର ଲହରୀ ଲାଗି ରହିବ । ଗତ ୨୪ ଘଂଟା ମଧ୍ୟରେ ୪ଟି ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳକୁ ରହିଥିଲା । ମଧ୍ୟପ୍ରଦେଶରେ ସୃଷ୍ଟି ହୋଇଥିବା ଗୁରୁଚାପ କ୍ଷେତ୍ର ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ କହିଛି ।
ଅନ୍ୟପଟେ ଆସନ୍ତା ୩୦ ଓ ୧ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ରାଜ୍ୟରେ ଶୀତର ପ୍ରକୋପ କମିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଗତକାଲି ୨୪ ଘଂଟା ମଧ୍ୟରେ ରାଜ୍ୟରେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।
ଏଇ ଭିଡିଓରେ ଦେଖନ୍ତୁ :
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2016/11/vlcsnap-2016-11-27-18h50m05s106-1.png)