୧୩ ଜିଲ୍ଲା ପାଇଁ ସତର୍କ ଘଣ୍ଟି ! ୨୪ ଘଣ୍ଟା ଭିତରେ ରାଜ୍ୟର ୧୩ ଜିଲ୍ଲାକୁ ବଜ୍ରପାତ ବିପଦ, ପୂର୍ବାନୁମାନ କରି ଏହି ସବୁ ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

8,516

କନକ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ରାଜ୍ୟର ୧୫ଟି ଜିଲ୍ଲରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ୧୩ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି । ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନାରେ କୁହାଯାଇଛି ଯେ ଏହି ସମୟ ମଧ୍ୟରେ ରାଜ୍ୟର ଆଭ୍ୟନ୍ତର ଓ ଉତ୍ତର ଉପକୂଳ ସମେତ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ବହୁ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବ । ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଉପରୋକ୍ତ ୧୩ଟି ଜିଲ୍ଲା ପାଇଁ ୟେଲୋ ବା ହଳଦିଆ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ବିଶେଷ ଭାବେ ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର ଓ ବାଲେଶ୍ୱର ପ୍ରମୁଖ ୧୩ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ହେବାର ସମ୍ଭାବନା ରହିଛି ।