କନକ ବ୍ୟୁରୋ : ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ସାରା ଓଡ଼ିଶାରେ ଶୁଖିଲା ପାଗ ରହିବ। ଏହାପରେ ଲଗାତାର ତିନି ଦିନ ଧରି ରାଜ୍ୟର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାତିର ସର୍ବନିମ୍ନ ତାପମାତ୍ରାରେ ସେଭଳି ବଡ଼ଧରଣର ପରିବର୍ତନ ହେବନି। ତେବେ ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର କୁହୁଡ଼ି ଲାଗିରହିବ।
୨୩ ଓ ୨୪ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସମ୍ବଲପୁର ଓ ମୟୁରଭଞ୍ଜ, ୨୪ ଓ ୨୫ ତାରିଖରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନ ସମେତ ବଲାଙ୍ଗୀର, ବୌଦ୍ଧ, ନୟାଗଡ଼, ଖୋର୍ଧା, ସୋନପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/01/BARSA.jpg)