ବଦଳିବ ପାଣିପାଗ । ଆସନ୍ତା ୨ ଦିନ ରାଜ୍ୟରେ ଝଡବର୍ଷା ସମ୍ଭାବନା

ଚାଷୀଙ୍କ ପାଇଁ ଆସୁଛି ଭଲ ଖବର: ୪ ଓ ୫ ତାରିଖରେ ବର୍ଷା ସମ୍ଭାବନା; ସାରା ଓଡିଶାରେ ହେବ ବର୍ଷା, କେତେକ ସ୍ଥାନରେ ହୋଇପାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

କନକ ବ୍ୟୁରୋ : ଆସନ୍ତା ଦୁଇ ଦିନ ଧରି ଓଡ଼ିଶାର କେତେକ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ସୋମବାର ସକାଳ ୮ଟାରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ କଟକ, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ହାଲୁକା ବର୍ଷା ସାଙ୍ଗକୁ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ। ଏଥିସହ ଉତ୍ତର ଉପକୂଳ ଓଡ଼ିଶା, ଖୋର୍ଧା, ପୁରୀ, ନୟାଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଏହାର ପରବର୍ତୀ ୨୪ ଘଣ୍ଟା ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା‌ ରହିଛି।

ପୁରୀ, ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ। ସ୍ଥାନେ ସ୍ଥାନେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆହୁରି ଆକଳନ କରାଯାଇଛି ଯେ ୨୬ ଓ ୨୭ ତାରିଖରେ ପାଗରେ ପରିବର୍ତନ ଆସିବ। ବର୍ଷା କମିବା ସହ ଘନ କୁକୁଡ଼ି ପଡ଼ିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ଲାଗିରହିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe