ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ୧୪ଟି ଜିଲ୍ଲା ପାଇଁ ୟୋଲୋ ୱାଣ୍ଣିଂ ଜାରି ।

390

କନକ ବ୍ୟୁରୋ: ଲଘୁଚାପ ପ୍ରଭାବରେ ଓଡିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଆସନ୍ତା ୨୪ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି । ସେହିପରି ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ଅନୁଗୁଳ, ସମ୍ବଲପୁର, ଯାଜପୁର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ସୋନପୁର, ଓ ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଜୁନ ପହିଲାରୁ ଜୁଲାଇ ୨୯ ତାରିଖ ଯାଏଁ ରାଜ୍ୟରେ କମ ବର୍ଷା ହୋଇଛି । ଏହି ସମୟ ଅବଧିରେ ରାଜ୍ୟରେ ୪୨୭.୧ ମିଲିମିଟର ବର୍ଷା ହୋଇଛି । ତେଣୁ ରାଜ୍ୟରେ ୨୧ପ୍ରତିଶତ କମ ବର୍ଷା ହୋଇଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୧୫ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ବିଶେଷ କରି ରାଜ୍ୟର ୨ଟି ଜିଲ୍ଲା ଭଦ୍ରକ ଓ ଯାଜପୁରର ସ୍ୱାଭାବିକ ଠାରୁ କମ ବର୍ଷା ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।