କନକ ବ୍ୟୁରୋ : ଆଜି ଠାରୁ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ । କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ମୟୁରଭଂଜ, ବୌଦ୍ଧ, ସୋନପୁର ଓ ନୂଆପଡ଼ାରେ ହାଲୁକା ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୩ ତାରିଖରେ ଉପକୂଳ ଓଡ଼ିଶା ସମେତ ମୟୁରଭଂଜରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
୪ ତାରିଖରେ ଭଦ୍ରକ, ବାଲେଶ୍ୱର, କଟକ, ମୟୁରଭଂଜ, ଗଞ୍ଜାମ, ଗଜପତି, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁରରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ୫ରୁ ବର୍ଷା କମିବ । ତେବେ ଆଜି ତାପମାତ୍ରା ୨ ଡିଗ୍ରୀ ବଢ଼ିପାରେ, ଫଳରେ ଥଣ୍ଡା କମିବାର ସମ୍ଭାବନା ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/09/RAIN-2-2-750x430.jpg)