ସନ୍ଧ୍ୟା ସୁଦ୍ଧା ରାଜ୍ୟର ୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ କାଳବୈଶାଖୀ ସମ୍ଭାବନା, ସତର୍କ ସୂଚନା ଜାରିକଲା ପାଣିପାଗ କେନ୍ଦ୍ର ।

1,089

କନକ ବ୍ୟୁରୋ: ରାଜ୍ୟର ୯ଟି ଜିଲ୍ଲାକୁ ବଜ୍ରପାତ ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୬ଟା ୪୫ ମିନିଟ୍ ମଧ୍ୟରେ ରାଜ୍ୟର ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ଦେବଗଡ଼ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ।

alert all over odishaସେହିପରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମୁତାବକ ଓଡ଼ିଶାର କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇପାରେ । ତେଣୁ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । କିନ୍ତୁ ଗତକାଲି ଭଳି ଆଜି ମଧ୍ୟ ରାଜ୍ୟର ନଟି ସ୍ଥାନରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।