କନକ ବ୍ୟୁରୋ: ବାତ୍ୟା ୟାସ୍ ଏବେ ସମୁଦ୍ରରେ ଘଣ୍ଟାପ୍ରତି ୧୭ କିଲୋମିଟର ବେଗରେ ଆଗକୁ ବଢୁଛି । ପାରାଦୀପଠାରୁ ଏହା ଏବେ ୨୮୦ କିମି ଦୂରରେ ରହିଥିବାବେଳେ ବାଲେଶ୍ୱରଠାରୁ ୩୮୦ କିମି ଦୂରରେ ରହିଛି । ତେବେ ବାତ୍ୟାର ପ୍ରଭାବ ରାଜ୍ୟର ବିଭିନ୍ନ ଅଂଚଳରେ ଦେଖିବାକୁ ମିଳିଲାଣି । କିଛି ଅଂଚଳରେ ପବନ ବହିବା ସହିତ ବର୍ଷା ମଧ୍ୟ ଆରମ୍ଭ ହୋଇଗଲାଣି । ଏପରି ସ୍ଥିତିରେ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ।
ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ସଚନା ମୁତାବକ, ୨୬ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ଏହି ଜିଲ୍ଲାକୁ ରେଡ୍ ୱାଣ୍ଣିଂ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, ଯାଜପୁର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ । କେନ୍ଦୁଝର, ଢେଙ୍କାନାଳ ଓ ଗଞ୍ଜାମକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ସେହିପରି ୨୬ ତାରିଖ ସାଢେ ୮ଟାରୁ ୨୭ ତାରିଖ ସାଢେ ୮ଟା ଯାଏଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାକୁ ରେଡ୍ ୱାଣ୍ଣିଂ ଜାରି କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2021/05/rain-hand-umbrella-1296x728-header.jpg)