କନକ ବ୍ୟୁରୋ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ରାଜ୍ୟର ୧୦ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ମୟୂରଭଞ୍ଜ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ ଓ କୋରାପୁଟ ଭଳି ଜିଲ୍ଲା ରହିଛି ।
Weather Forecast & Warning:
(Valid up to 0830 hrs IST of 09.08.2020) pic.twitter.com/CLOXx3CBcV— Meteorological Centre, Bhubaneswar (@mcbbsr) August 8, 2020
ସେପଟେ ବଜ୍ରପାତ ବିପଥିବା ନେଇ ମଧ୍ୟ କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ଗଞ୍ଜାମ, କେନ୍ଦୁଝର ଏବଂ ମୟୂରଭଞ୍ଜ ଭଳି ଜିଲ୍ଲାଗୁଡ଼ିକ ପାଇଁ ଆସନ୍ତା ୨୪ ଘଣ୍ଟା ସୁଦ୍ଧା ସତର୍କ କରାଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ତେବେ ଏବେ ସୁଦ୍ଧା ରାଜ୍ୟରେ ୧୩ ପ୍ରତିଶତ କମ ବର୍ଷା ହୋଇଛି । ୧୭ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୧୩ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ କମ ବର୍ଷା ରେକର୍ଡ ହୋଇଛି । ଆସନ୍ତାକାଲିଠାରୁ ଲଘୁଚାପ ସୃଷ୍ଟି ହେବ ।