ଆଜି ଠାରୁ ରାଜ୍ୟରେ ପାଗରେ ପରିବର୍ତନ ସମ୍ଭାବନା । ଆସନ୍ତା ୩ ଦିନ ଧରି ଥରାଇବ ଥଣ୍ଡା : ସର୍ବନିମ୍ନ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିବା ସମ୍ଭାବନା

562

କନକ ବ୍ୟୁରୋ : ଆଜି ଠାରୁ ରାଜ୍ୟରେ ପାଗରେ ପରିବର୍ତନ ହେବ । ଆସନ୍ତା ୩ ଦିନ ଧରି ଥରାଇବ ଥଣ୍ଡା । ଦକ୍ଷିଣ ଓଡ଼ିଶା ବ୍ୟତୀତ ରାଜ୍ୟର ଅନ୍ୟ ସମସ୍ତ ଅଂଚଳରେ ସର୍ବନିମ୍ନ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି । ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ସଡ଼ିଶାରେ ତାପମାତ୍ରା ଅଧିକ କମିପାରେ । କେତେକ ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ୩ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଥଣ୍ଡାରୁ ରକ୍ଷା ପାଇବା ପାଇଁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି । ସୁନ୍ଦରଗଡ଼, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, କଟକ ଓ ମୟୁରଭଂଜରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଅନୁଗୁଳ, ସୋନପୁର, ବଲାଙ୍ଗୀର ଓ ସୁନ୍ଦରଗଡ଼ରେ ପ୍ରବଳ ଥଣ୍ଡା ଅନୁଭୂତ ହେବ । ସେପଟେ ଆଜି ପୂର୍ବାହ୍ନ ସୁଦ୍ଧା କିଛି ସ୍ଥାନରେ ହାଲୁକା ବର୍ଷା ହେବାର ମଧ୍ୟ ପୂର୍ବାନୁମାନ କରାଯାଇଛି ।