୧୯ରେ ପୁଣି ଏକ ଲଘୁଚାପ ସମ୍ଭାବନା ! ପ୍ରଭାବରେ ରାଜ୍ୟରେ ଆଜିଠାରୁ ଲାଗି ରହିବ ବର୍ଷା

321

କନକ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ଅଧାରୁ ଅଧିକ ଅଂଚଳରେ ବର୍ଷା ଜାରି ରହିଛି । ସେପଟେ ଆସନ୍ତା ୧୯ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଉ ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୪ ଦିନ ପାଇଁ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । ଆଜି ୬ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ବରଗଡ, ଦେବଗଡ, ସୁନ୍ଦରଗଡ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

ଅଗଷ୍ଟ ୧୯ ତାରିଖ ପାଇଁ ୯ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଢେଙ୍କାନାଳ, ଅନୁଗୁଳ, କଟକ, ଭଦ୍ରକ, ଯାଜପୁର ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅଗଷ୍ଟ ୨୦ ତାରିଖ ପାଇଁ ୫ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ସମ୍ବଲପୁର, ଦେବଗଡ, ମୟୂରଭଞ୍ଜ, ଅନୁଗୁଳ ଜିଲ୍ଲାରେ ଅତି ଭୀଷଣ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ସେହିପରି ଅଗଷ୍ଟ ୨୧ ତାରିଖରେ ଉତର ଉପକୂଳ ଓଡିଶାର କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।