୭ଜିଲ୍ଲାରେ ବର୍ଷା ! ରାଜ୍ୟର ଏହି ସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା । ଘଣ୍ଟା ପ୍ରତି ୩୦ ରୁ ୪୦ କିମି ବେଗରେ ବହିପାରେ ପବନ

ରାଜ୍ୟରେ ଆଉ ୩ ଦିନ କାଳବୈଶାଖୀ ସମ୍ଭାବନା। ଆଜି ୭ ଜିଲ୍ଲାରେ ୪୦ରୁ ୫୦କିମି ବେଗରେ ପବନ ବହିବା ସହ ହୋଇପାରେ ପ୍ରବଳ ଝଡବର୍ଷା

କନକ ବ୍ୟୁରୋ: ରାଜ୍ୟରେ ୭ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା । ନୟାଗଡ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ବରଗଡ, ସୋନପୁର ଏବଂ ବୌଦ୍ଧ ଜିଲ୍ଲାରେ ଘଡଘଡି ସହ ବର୍ଷା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ । ତେବେ ଏହି ସବୁ ଜିଲ୍ଲାରେ ବର୍ଷା ସାଙ୍ଗକୁ ଘଂଟା ପ୍ରତି ୩୦ରୁ ୧୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

publive-image

ଆସନ୍ତା ଦୁଇ ଦିନ ଧରି ଓଡ଼ିଶାର କେତେକ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଆଜି ସକାଳୁ ମଙ୍ଗଳବାର ସକାଳ ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ନୟାଗଡ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ବରଗଡ, ସୋନପୁର ଏବଂ ବୌଦ୍ଧ ଜିଲ୍ଲାରେ ହାଲୁକା ବର୍ଷା ସାଙ୍ଗକୁ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ। ଏହାର ପରବର୍ତୀ ୨୪ ଘଣ୍ଟା ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପୁରୀ, ଜଗତ୍ସିଂହପୁର, କଟକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ।

publive-image

ସ୍ଥାନେ ସ୍ଥାନେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ୨୬ ଓ ୨୭ ତାରିଖରେ ପାଗରେ ପରିବର୍ତନ ଆସିବ ବର୍ଷା କମିବା ସହ ଘନ କୁକୁଡ଼ି ପଡ଼ିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ଲାଗିରହିବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe