କାଲି ସୁଦ୍ଧା ସତର୍କ ରୁହ ୫ ଜିଲ୍ଲା । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ । ରେଡ୍ ଆଲର୍ଟ ଜାରି…ପଢ଼ନ୍ତୁ ସତର୍କ ରହିବେ କେଉଁ କେଉଁ ଜିଲ୍ଲା…

4,907

କନକ ବ୍ୟୁରୋ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ରାଜ୍ୟର ୫ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ଗୁଡ଼ିକ ରହିଛି ।

ସେପଟେ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ବି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏବଂ ମାଲକାନଗିରି ଭଳି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଉ ଏହାସହ କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର ଏବଂ ବାଲେଶ୍ୱର ଭଳି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ କାଟାଗୋରୀରେ ରଖିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।