ସନ୍ଧ୍ୟା ୭ଟା ମଧ୍ୟରେ ୫ଟି ସ୍ଥାନରେ କାଳବୈଶାଖୀ । ସତର୍କ ସୂଚନା ଜାରିକଲା ପାଣିପାଗ କେନ୍ଦ୍ର ।

1,310

କନକ ବ୍ୟୁରୋ: ରାଜ୍ୟର ୫ଟି ସ୍ଥାନରେ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟ ୭ଟା ମଧ୍ୟରେ ରାଜ୍ୟର ୫ଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ସ୍ଥାନରେଗୁଡ଼ିକ ମଧ୍ୟରେ ରହିଛି- ତାଳଚେର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର ଏବଂ ମୟୁରଭଞ୍ଜ ।

ସେହିପରି ରାଜ୍ୟର କିଛି ସ୍ଥାନରେ ମଧ୍ୟ ବର୍ଷା ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମିଳିଛି । ଅନ୍ୟପଟେ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଲୋକମାନଙ୍କୁ ଆଗୁଆ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଅନ୍ୟପଟେ ରାଜ୍ୟର ୫ଟି ସ୍ଥାନରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।