ବଙ୍ଗୋପସାଗରରେ ଲଘୁଚାପ; ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Advertisment
ରାଜ୍ୟରେ ପୁଣି ବର୍ଷା ସମ୍ଭାବନା : ୧୮ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କନକ ବ୍ୟୁରୋ :  ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ କ୍ଷେତ୍ର ପ୍ରଭାବରେ ଜୁନ୍‌ ୧୦ ତାରିଖରୁ ଜୁନ୍‌ ୧୨ ତାରିଖ ପର୍ଯ୍ୟନ୍ତ ଓଡିଶା ସମେତ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ, ଏବଂ ତେଲେଙ୍ଗାନାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ଜୁନ୍‌ ୧୧ରୁ ୧୩ ତାରିଖ ମଧ୍ୟରେ ବିଦର୍ଭ, ଛତିଶଗଡ ଏବଂ ଦକ୍ଷିଣ ମଧ୍ୟପ୍ରଦେଶର ବ୍ୟାପକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହଥିବା ଆଜି ଅପରାହ୍ଣରେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଅନ୍ୟପକ୍ଷରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ, ଉତ୍ତର ଉପକୂଳ ଓଡିଶାର ଓ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ବହୁ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଗଞ୍ଜାମ, ଗଜପତି, ପୁରୀ, କାନ୍ଧମାଳ, କାଳାହାଣ୍ଡି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ଙ୍କୋନାଳ, କଟକ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଯାଜପୁର, ଭଦ୍ରକ ଏବଂ ନୟାଗଡ଼ ଜିଲ୍ଲାରେ ବଜ୍ରପାତ ଏବଂ ଘୂର୍ଣ୍ଣିଝଡ଼ ବର୍ଷା ସହିତ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିଲୋମିଟରରେ ପହଞ୍ଚିବା ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe