ଆଜି ଆଉ ଏକ ଲଘୁଚାପ: ୧ରୁ ୩ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ସ୍ୱଳ୍ପ ବର୍ଷା; ବଢ଼ିବ ଶୀତର ପରିମାଣ

Advertisment
ଆସନ୍ତାକାଲିଠୁ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା  : ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

କନକ ବ୍ୟୁରୋ: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ୪୮ ଘଣ୍ଟା ମଧ୍ୟରେ ଏହା ବାଂଲାଦେଶ ଉପକୂଳ ଆଡ଼କୁ ଗତି କରିବ। ଏହାର ପ୍ରଭାବରେ ୧ ତାରିଖରୁ ୩ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

କିନ୍ତୁ ଆଜି ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବ। ଏହି ସମୟରେ ରାଜ୍ୟରେ ସର୍ବୋଚ୍ଚ ଓ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ରହିବ। ଆସନ୍ତା ୨/୩ ଦିନ ମଧ୍ୟରେ ଦକ୍ଷିଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ସ୍ବାଭାବିକଠାରୁ ଟିକେ କମ୍ ରହିବ। ଅନ୍ୟପଟେ ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ତାପମାତ୍ରା ସ୍ବାଭାବିକ ରହିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପଟି ବାଂଲାଦେଶ ମୁହାଁ ହୋଇଥିବାରୁ ଏହାର ପ୍ରଭାବ ଓଡ଼ିଶା ଉପରେ ବେଶି ରହିବ ନାହିଁ। କିନ୍ତୁ ୧ ତାରିଖ ଦିନ ମୟୂରଭଞ୍ଜ ଜିଲ୍ଲା ସମେତ ଉତ୍ତର ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ହେବ। ଏହାପରେ ୩ ତାରିଖ ଯାଏ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ଏଥିସହ ଏହି ସମୟରେ ପାଗ ମେଘୁଆ ରହିବ। ଅନ୍ୟପଟେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାଜ୍ୟରେ କିଛି କିଛି ସ୍ଥାନରେ ପାରଦ ସ୍ତର ବି କମିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe