୭ ଜିଲ୍ଲା ପାଇଁ ସତର୍କ ଘଣ୍ଟି ! ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୭ ଜିଲ୍ଲାକୁ କାଳବୈଶାଖୀ ସମ୍ଭାବନା, ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି..

22,198

କନକ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଉତ୍ତର ଆଭ୍ୟନ୍ତର ଠାରୁ ଆରମ୍ଭ କରି ଦକ୍ଷିଣ ଆଭ୍ୟନ୍ତର ଅଞ୍ଚଳର ୧୫ଟି ଜିଲ୍ଲରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି। ତେବେ, ଏଥିମଧ୍ୟରୁ ୭ଟି ଜିଲ୍ଲାରେ ଏହି ସମୟ ମଧ୍ୟରେ କାଳବୈଶାଖୀର ଅଧିକ ପ୍ରଭାବ ସମ୍ଭାବନା ରହିଛି । ତେଣୁ, ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୭ଟି ଜିଲ୍ଲା ପାଇଁ ଆସନ୍ତାକାଲି ମଧ୍ୟାହ୍ନ ପର୍ଯ୍ୟନ୍ତ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ପକ୍ଷରୁ ଜାରି ସୂଚନାରେ କୁହାଯାଇଛି ଯେ ଏହି ସମୟ ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତର, ଉତ୍ତର ଆଭ୍ୟନ୍ତର ଓ ଉପକୂଳ ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, ନୂଆପଡ଼ା, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ବହୁ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବା ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷାର ସମ୍ଭାବନା ରହିଛି ।

ବିଶେଷ ଭାବେ କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ ପ୍ରମୁଖ ୭ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ହେବାର ସମ୍ଭାବନା ରହିଛି ।