ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ସତର୍କ ସୂଚନା

505

କନକ ବ୍ୟୁରୋ : ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ- ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ପ୍ରବଳ ବର୍ଷା ସହ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ସଂଭାବନା ରହିଛି । ବିଶେଷ କରି ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଜି ପାଇଁ ରାଜ୍ୟର ୮ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ନୂଆପଡ଼ା, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ବଲାଙ୍ଗୀର ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷାର ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ନବରଙ୍ଗପୁର ନୂଆପଡା ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଲାଙ୍ଗୀର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ଗଜପତି, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୯ ତାରିଖରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।