ରାଜ୍ୟରେ ଜାରି ରହିଛି କୋହଲା ପାଗ : ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଆଖପାଖରେ ଘୂର୍ଣ୍ଣିବଳୟ

Advertisment
ରାଜ୍ୟରେ ଜାରି ରହିଛି କୋହଲା ପାଗ : ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଆଖପାଖରେ ଘୂର୍ଣ୍ଣିବଳୟ

କନକ ବ୍ୟୁରୋ : ରାଜ୍ୟରେ ଜାରି ରହିଛି କୋହଲା ପାଗ । ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟର ପ୍ରଭାବ ଓଡ଼ିଶାରେ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ରାଜ୍ୟର ୫ଟି ଜିଲ୍ଲାରେ ହାଲୁକା ଓ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆଜି ୯ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସଂଭାବନା ରହିଛି । ଗଜପତି, ଗଂଜାମ ରାୟଗଡା, ପୁରୀ, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର କିଛି ଅଂଚଳରେ ହାଲକାରୁ ମଧ୍ୟମଧରଣ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଭୁବନେଶ୍ୱର ଓ ସଂଲଗ୍ନ ଅଂଚଳରେ ପାଗ ମେଘୁଆ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe