କନକ ବ୍ୟୁରୋ : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବ ବୋଲି ପାଣିପାଗ ବିଭାଗ କହିଛି । ମୌସୁମୀ ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରିସାରିଥିବା ବେଳେ ରାଜ୍ୟରେ ଏବେ ବର୍ଷା ସମ୍ଭାବନା ନାହିଁ । ଆସନ୍ତା ୫ ଦିନରେ ରାଜ୍ୟରେ ତାପମାତ୍ରାରେ ବି ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ । ଗତ ୨୪ ଘଣ୍ଟାରେ ଦକ୍ଷିଣ-ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ଖସିବାରେ ଲାଗିଛି । କିନ୍ତୁ ଅବଶିଷ୍ଟ ଓଡ଼ିଶାରେ ଦିନ ତାପମାତ୍ରା ସ୍ଥିର ରହିଛି ।
ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ରାତ୍ରିର ସର୍ବନିମ୍ନ ତାପମାତ୍ରାରେ ବୃଦ୍ଧି ଦେଖାଦେଇଛି । ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ସର୍ବୋଚ୍ଚ ଓ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ । ଆଜି ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳ ପାଗ ଆଂଶିକ ମେଘୁଆ ରହିବ । ସର୍ବୋଚ୍ଚ ତାପମାତ୍ରା ୩୧ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୨ ଡିଗ୍ରି ମଧ୍ୟରେ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/10/3d3522509f846faa971c95bd15b48953552b35410bf68beb010d9b7efc07ad26.jpg)